59ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
60ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
61ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।
62ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।
63ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।
64ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
65ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
66ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
67ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
68ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।