66ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
67ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
68ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
70ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।