Text copied!
Bibles in Odia

ଗୀତସଂହିତା 78:9-18 in Odia

Help us?

ଗୀତସଂହିତା 78:9-18 in ଓଡିଆ ବାଇବେଲ

9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।
10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ।
12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
13 ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
14 ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
15 ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
16 ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
17 ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
ଗୀତସଂହିତା 78 in ଓଡିଆ ବାଇବେଲ