Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 79

ଗୀତସଂହିତା 79:1-6

Help us?
Click on verse(s) to share them!
1ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
2ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।
3ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
4ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
5ହେ ସଦାପ୍ରଭୁ, କେତେ କାଳ ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ ?
6ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।

Read ଗୀତସଂହିତା 79ଗୀତସଂହିତା 79
Compare ଗୀତସଂହିତା 79:1-6ଗୀତସଂହିତା 79:1-6