10ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
11ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
12ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।