Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 79

ଗୀତସଂହିତା 79:5-12

Help us?
Click on verse(s) to share them!
5ହେ ସଦାପ୍ରଭୁ, କେତେ କାଳ ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ ?
6ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
7କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
8ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
9ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
10ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
11ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
12ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।

Read ଗୀତସଂହିତା 79ଗୀତସଂହିତା 79
Compare ଗୀତସଂହିତା 79:5-12ଗୀତସଂହିତା 79:5-12