5ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍ କରୁ। ସେଲା
6ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।
7ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।
8ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।
9ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
10ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।