Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 7

ଗୀତସଂହିତା 7:7-17

Help us?
Click on verse(s) to share them!
7ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।
8ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।
9ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
10ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।
11ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।
12ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।
13ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।
14ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।
15ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।
16ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।
17ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।

Read ଗୀତସଂହିତା 7ଗୀତସଂହିତା 7
Compare ଗୀତସଂହିତା 7:7-17ଗୀତସଂହିତା 7:7-17