Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 80

ଗୀତସଂହିତା 80:1-6

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
2ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
3ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
4ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ?
5ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
6ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।

Read ଗୀତସଂହିତା 80ଗୀତସଂହିତା 80
Compare ଗୀତସଂହିତା 80:1-6ଗୀତସଂହିତା 80:1-6