13ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି।
14ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
15ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
16ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
17ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
18ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।