Text copied!
Bibles in Odia

ଗୀତସଂହିତା 80:5-19 in Odia

Help us?

ଗୀତସଂହିତା 80:5-19 in ଓଡିଆ ବାଇବେଲ

5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।
9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ।
11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?
13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି।
14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
19 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
ଗୀତସଂହିତା 80 in ଓଡିଆ ବାଇବେଲ