Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 80

ଗୀତସଂହିତା 80:6-16

Help us?
Click on verse(s) to share them!
6ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
7ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
8ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।
9ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
10ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ।
11ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?
13ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି।
14ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
15ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
16ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।

Read ଗୀତସଂହିତା 80ଗୀତସଂହିତା 80
Compare ଗୀତସଂହିତା 80:6-16ଗୀତସଂହିତା 80:6-16