7ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
8ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।
9ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
10ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ।
11ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।