Text copied!
Bibles in Odia

ଗୀତସଂହିତା 81:11-15 in Odia

Help us?

ଗୀତସଂହିତା 81:11-15 in ଓଡିଆ ବାଇବେଲ

11 ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।
13 ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !
14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
ଗୀତସଂହିତା 81 in ଓଡିଆ ବାଇବେଲ