Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 81

ଗୀତସଂହିତା 81:11-16

Help us?
Click on verse(s) to share them!
11ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
12ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।
13ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !
14ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
15ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
16ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।

Read ଗୀତସଂହିତା 81ଗୀତସଂହିତା 81
Compare ଗୀତସଂହିତା 81:11-16ଗୀତସଂହିତା 81:11-16