4କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।
5ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
6ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
7ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। ସେଲା