Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 82

Help us?
Click on verse(s) to share them!
1ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।
2ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା
3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
5ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
6ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”
8ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।