Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 83

ଗୀତସଂହିତା 83:1-9

Help us?
Click on verse(s) to share them!
1ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
2କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।
3ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
4ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
5କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। ସେଲା
9ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।

Read ଗୀତସଂହିତା 83ଗୀତସଂହିତା 83
Compare ଗୀତସଂହିତା 83:1-9ଗୀତସଂହିତା 83:1-9