4ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
5କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। ସେଲା
9ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
10ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
11ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
12ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।