9ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
10ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
11ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
12ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;