1ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଆବାସ କିପରି ପ୍ରିୟତମ !
2ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। ସେଲା
5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।