Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 84

ଗୀତସଂହିତା 84:3-7

Help us?
Click on verse(s) to share them!
3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। ସେଲା
5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
6ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।

Read ଗୀତସଂହିତା 84ଗୀତସଂହିତା 84
Compare ଗୀତସଂହିତା 84:3-7ଗୀତସଂହିତା 84:3-7