7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
8ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। ସେଲା
9ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।