1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। ସେଲା
3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।