Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 85

ଗୀତସଂହିତା 85:2-11

Help us?
Click on verse(s) to share them!
2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। ସେଲା
3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
4ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
5ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ?
6ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?
7ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।

Read ଗୀତସଂହିତା 85ଗୀତସଂହିତା 85
Compare ଗୀତସଂହିତା 85:2-11ଗୀତସଂହିତା 85:2-11