Text copied!
Bibles in Odia

ଗୀତସଂହିତା 85:4-12 in Odia

Help us?

ଗୀତସଂହିତା 85:4-12 in ଓଡିଆ ବାଇବେଲ

4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ?
6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?
7 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।
12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
ଗୀତସଂହିତା 85 in ଓଡିଆ ବାଇବେଲ