7ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।