Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:1-8

Help us?
Click on verse(s) to share them!
1ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୁ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।
2ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।
3ହେ ପ୍ରଭୁ, ମୋ’ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
4ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।
7ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
8ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:1-8ଗୀତସଂହିତା 86:1-8