Text copied!
Bibles in Odia

ଗୀତସଂହିତା 86:1-8 in Odia

Help us?

ଗୀତସଂହିତା 86:1-8 in ଓଡିଆ ବାଇବେଲ

1 ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୁ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।
2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।
3 ହେ ପ୍ରଭୁ, ମୋ’ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
4 ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।
7 ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
8 ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
ଗୀତସଂହିତା 86 in ଓଡିଆ ବାଇବେଲ