12ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
13କାରଣ ମୋ’ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ।
14ହେ ପରମେଶ୍ୱର, ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋ’ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।