Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:3-12

Help us?
Click on verse(s) to share them!
3ହେ ପ୍ରଭୁ, ମୋ’ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
4ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।
7ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
8ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
9ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
10କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
11ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:3-12ଗୀତସଂହିତା 86:3-12