Text copied!
Bibles in Odia

ଗୀତସଂହିତା 86:3-12 in Odia

Help us?

ଗୀତସଂହିତା 86:3-12 in ଓଡିଆ ବାଇବେଲ

3 ହେ ପ୍ରଭୁ, ମୋ’ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
4 ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।
7 ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
8 ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
9 ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
10 କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
11 ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12 ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
ଗୀତସଂହିତା 86 in ଓଡିଆ ବାଇବେଲ