Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 86

ଗୀତସଂହିତା 86:5-15

Help us?
Click on verse(s) to share them!
5ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।
7ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
8ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
9ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
10କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
11ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
13କାରଣ ମୋ’ ପ୍ରତି ତୁମ୍ଭର ଦୟା ମହତ୍‍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ।
14ହେ ପରମେଶ୍ୱର, ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋ’ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।
15ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।

Read ଗୀତସଂହିତା 86ଗୀତସଂହିତା 86
Compare ଗୀତସଂହିତା 86:5-15ଗୀତସଂହିତା 86:5-15