Text copied!
Bibles in Odia

ଗୀତସଂହିତା 88:1-3 in Odia

Help us?

ଗୀତସଂହିତା 88:1-3 in ଓଡିଆ ବାଇବେଲ

1 ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
2 ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର;
3 କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।
ଗୀତସଂହିତା 88 in ଓଡିଆ ବାଇବେଲ