Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 88

ଗୀତସଂହିତା 88:3-17

Help us?
Click on verse(s) to share them!
3କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।
4ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ।
5ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।
6ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ।
7ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। ସେଲା
8ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
9କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
10ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? ସେଲା
11କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ?
12ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ?
13ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
14ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋ’ ପ୍ରାଣକୁ ପରିତ୍ୟାଗ କରୁଅଛ ? ତୁମ୍ଭେ କାହିଁକି ମୋ’ଠାରୁ ଆପଣା ମୁଖ ଲୁଚାଉଅଛ ?
15ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
16ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।
17ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ।

Read ଗୀତସଂହିତା 88ଗୀତସଂହିତା 88
Compare ଗୀତସଂହିତା 88:3-17ଗୀତସଂହିତା 88:3-17