Text copied!
Bibles in Odia

ଗୀତସଂହିତା 88:7-13 in Odia

Help us?

ଗୀତସଂହିତା 88:7-13 in ଓଡିଆ ବାଇବେଲ

7 ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। ସେଲା
8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
9 କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? ସେଲା
11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ?
12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ?
13 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
ଗୀତସଂହିତା 88 in ଓଡିଆ ବାଇବେଲ