Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:15-27

Help us?
Click on verse(s) to share them!
15ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
16ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।
17କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
18କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।
19ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
20ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
21ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।
22ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।
23ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।
24ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।
25ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।
26ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
27ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:15-27ଗୀତସଂହିତା 89:15-27