Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:18-28

Help us?
Click on verse(s) to share them!
18କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।
19ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
20ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
21ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।
22ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।
23ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।
24ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।
25ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।
26ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
27ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।
28ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:18-28ଗୀତସଂହିତା 89:18-28