Text copied!
Bibles in Odia

ଗୀତସଂହିତା 89:34-51 in Odia

Help us?

ଗୀତସଂହିତା 89:34-51 in ଓଡିଆ ବାଇବେଲ

34 ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।
35 ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।
36 ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
37 ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” ସେଲା
38 ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
39 ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
40 ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
41 ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
42 ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
43 ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
44 ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
45 ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। ସେଲା
46 ହେ ସଦାପ୍ରଭୁ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ ?
47 ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ !
48 ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ ?
49 ହେ ପ୍ରଭୁ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ ?
50 ହେ ପ୍ରଭୁ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର।
51 ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
ଗୀତସଂହିତା 89 in ଓଡିଆ ବାଇବେଲ