Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:35-48

Help us?
Click on verse(s) to share them!
35ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।
36ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
37ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” ସେଲା
38ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
39ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
40ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
41ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
42ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
43ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
44ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
45ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। ସେଲା
46ହେ ସଦାପ୍ରଭୁ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ ?
47ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ !
48ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ ?

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:35-48ଗୀତସଂହିତା 89:35-48