37ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” ସେଲା
38ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
39ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
40ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
41ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
42ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
43ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
44ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।