43ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
44ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
45ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। ସେଲା
46ହେ ସଦାପ୍ରଭୁ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ ?
47ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ !
48ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ ?
49ହେ ପ୍ରଭୁ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ ?
50ହେ ପ୍ରଭୁ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର।
51ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।