Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:5-12

Help us?
Click on verse(s) to share them!
5ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।
6କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
7ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
8ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
9ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।
10ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
11ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
12ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:5-12ଗୀତସଂହିତା 89:5-12