Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 89

ଗୀତସଂହିତା 89:6-18

Help us?
Click on verse(s) to share them!
6କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
7ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
8ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
9ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।
10ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
11ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
12ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
13ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
14ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
15ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
16ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।
17କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
18କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।

Read ଗୀତସଂହିତା 89ଗୀତସଂହିତା 89
Compare ଗୀତସଂହିତା 89:6-18ଗୀତସଂହିତା 89:6-18