Text copied!
Bibles in Odia

ଗୀତସଂହିତା 89:6-27 in Odia

Help us?

ଗୀତସଂହିତା 89:6-27 in ଓଡିଆ ବାଇବେଲ

6 କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
7 ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
8 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
9 ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
11 ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
13 ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
14 ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
15 ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
16 ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।
17 କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
18 କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।
19 ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
21 ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।
22 ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।
24 ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।
25 ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।
26 ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
27 ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।
ଗୀତସଂହିତା 89 in ଓଡିଆ ବାଇବେଲ