2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ?
5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;