5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
9ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।