Text copied!
Bibles in Odia

ଗୀତସଂହିତା 90:11-16 in Odia

Help us?

ଗୀତସଂହିତା 90:11-16 in ଓଡିଆ ବାଇବେଲ

11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ?
12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
13 ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
ଗୀତସଂହିତା 90 in ଓଡିଆ ବାଇବେଲ