Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 90

ଗୀତସଂହିତା 90:8-17

Help us?
Click on verse(s) to share them!
8ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
9କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
10ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।
11ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ?
12ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
13ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
14ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
15ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
16ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
17ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।

Read ଗୀତସଂହିତା 90ଗୀତସଂହିତା 90
Compare ଗୀତସଂହିତା 90:8-17ଗୀତସଂହିତା 90:8-17