Text copied!
Bibles in Odia

ଗୀତସଂହିତା 91:2-10 in Odia

Help us?

ଗୀତସଂହିତା 91:2-10 in ଓଡିଆ ବାଇବେଲ

2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
3 କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
5 ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
6 ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।
7 ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକୁ ଆସିବ ନାହିଁ।
8 ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।
9 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
10 ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।
ଗୀତସଂହିତା 91 in ଓଡିଆ ବାଇବେଲ